ନାବାଳିକାଙ୍କ ଦେହରେ ନିଆଁ ଲଗାଇ ଦେଲେ ଦୁର୍ବୃତ୍ତ

ନାବାଳିକାଙ୍କ ଦେହରେ ନିଆଁ ଲଗାଇ ଦେଲେ ଦୁର୍ବୃତ୍ତ

ଭୁବନେଶ୍ବର,୧୯/୭ : ପୁରୀ ଜିଲ୍ଲା ବଳଙ୍ଗା ଥାନା ବାଇଆବରର ଜଣେ ନାବାଳିକାଙ୍କ ଦେହରେ ନିଆଁ ଲଗାଇ ଦେଇଛନ୍ତି କିଛି ଦୁର୍ବୃତ୍ତ । ପୀଡ଼ିତା ଜଣେ ଯୁକ୍ତ-୨ ଛାତ୍ରୀ ବୋଲି ଜଣାପଡ଼ିଛି । ତାଙ୍କୁ ନିଆଁ ଲଗାଇ ଜାଳି ଦେଇଛନ୍ତି ଦୁର୍ବୃତ୍ତ । ନାବାଳିକା ଜଣଙ୍କ ସାଇକେଲରେ ସାଙ୍ଗ ଘରକୁ ଯାଉଥିବା ସମୟରେ ବାଟରେ ୩ ଜଣ ଯୁବକ ନାବାଳିକାଙ୍କୁ ଅଟକାଇ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଛନ୍ତି। ଗୁରୁତର ଅବସ୍ଥାରେ ନାବାଳିକା ପୀଡ଼ିତାଙ୍କୁ ଉଦ୍ଧାର କରାଯିବା ପରେ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ଘଟଣାସ୍ଥଳରେ ବଳଙ୍ଗା ପୁଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି। 

ଏହି ଘଟଣାରେ ଉଦ୍‌ବେଗ ପ୍ରକାଶ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ଦୋଷୀଙ୍କ ବିରୁଦ୍ଧରେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ। ଦୋଷୀଙ୍କୁ ତୁରନ୍ତ ଗିରଫ କରିବାକୁ ପୁଲିସକୁ ନିର୍ଦ୍ଦେଶ ଦିଆଯାଇଛି । ଏମ୍ସରେ ନାବାଳିକାଙ୍କ ଚିକିତ୍ସା ଚାଲିଥିବାବେଳେ ସମସ୍ତ ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର । ଏମ୍ସ ଯାଇ ପୀଡ଼ିତାଙ୍କୁ ଭେଟିବେ ପ୍ରଭାତୀ ପରିଡ଼ା।