ପଦ୍ମ ଧରିଲେ ଜୟ

ପଦ୍ମ ଧରିଲେ ଜୟ

ଭୁବନେଶ୍ୱର,୧୧/୧୦: ପୂର୍ବତନ ବିଧାୟକ ତଥା ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ବିଜେପିରେ ଯୋଗ ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଦଳୀୟ ଉତ୍ତରୀୟ ଏବଂ ଟୋପି ପିନ୍ଧାଇ ଜୟଙ୍କୁ ସ୍ବାଗତ କରିଛନ୍ତି।  

ଜୟଙ୍କ ବାପା ବିଜେଡିରେ ଥିବାରୁ ସେ ମଧ୍ୟ ବିଜେଡିରୁ ପ୍ରାର୍ଥୀ ହେବେ ବୋଲି କୁହାଯାଉଥିଲା। ଯାହାଦ୍ୱାରା ବିଜେଡିକୁ ସିମ୍ପାଥି ଭୋଟ ମଧ୍ୟ ମିଳିଥାଆନ୍ତା। କିନ୍ତୁ ନବୀନ ଦିଲ୍ଲୀରୁ ଫେରୁ ଫେରୁ ଜୟଙ୍କ ପଦ୍ମ ଧରିବା ରାଜନୈତିକ ମହଲରେ ଝଡ ସୃଷ୍ଟି କରିଛି। ଯଦି ବିଜେପି ପକ୍ଷରୁ ଜୟ ପ୍ରାର୍ଥୀ ହୁଅନ୍ତି ତେବେ ବିଜେଡିରୁ କିଏ ପ୍ରାର୍ଥୀ ହେବେ ସେ ନେଇ ମଧ୍ୟ ଚର୍ଚ୍ଚା ଆରମ୍ଭ ହୋଇଛି। ସୂଚନା ଅନୁସାରେ, ଆଜି ନବୀନ ନିବାସରେ ବିଜେଡିର PAC ବୈଠକ ଅନୁଷ୍ଠିତ ହେବ ।