ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ

ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ

ଭୁବନେଶ୍ୱର,୩୦/୭: ଅଗଷ୍ଟ ୯ ତାରିଖ ପରେ ଖୋଲିବ ସୁଭଦ୍ରା ପୋର୍ଟାଲ। ଏ ନେଇ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇ କହିଛନ୍ତି, ବାଦ୍ ପଡ଼ିଥିବା ହିତାଧିକାରୀଙ୍କୁ ଯୋଡ଼ିବାକୁ ସର୍ଭେ ହେବ। ୨୧ ବର୍ଷ ହୋଇଥିବା ଯୁବତୀ/ମହିଳା କରିପାରିବେ ଆବେଦନ।

 ଅଗଷ୍ଟ ୯ ତୃତୀୟ କିସ୍ତି ପରେ ସୁଭଦ୍ରା ପୋର୍ଟାଲ ଖୋଲିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ।