ବଳଙ୍ଗା ପୀଡିତାଙ୍କ ଶେଷକୃତ୍ୟ ସଂପନ୍ନ

ଭୁବନେଶ୍ବର,୪/୮ : ବଳଙ୍ଗା ପୀଡିତାଙ୍କ ଶେଷକୃତ୍ୟ ସଂପନ୍ନ ହୋଇଛି । ବାୟାବର ଗାଁ କବରସ୍ତାନରେ ସମସ୍ତ ରୀତିନୀତିରେ ଅନ୍ତିମ ସଂସ୍କାର ସଂପନ୍ନ ହୋଇଛି । ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ପୀଡିତାଙ୍କ ଘରେ ପହଞ୍ଚି ଅନ୍ତିମ ଦର୍ଶନ କରିବା ସହ ବିଦାୟ ଦେଇଥିଲେ । ଅମର ଆତ୍ମାର ସଦଗତି ପାଇଁ କାମନା କରିଥିଲେ । ଗାଁରେ ପୁଲିସ ପକ୍ଷରୁ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।
ସୂଚନାଯୋଗ୍ୟ ଯେ, ପୁରୀ ଜିଲ୍ଲା ବଳଙ୍ଗା ଥାନା ଅଞ୍ଚଳରେ ଗତ ଜୁଲାଇ ୧୯ରେ ଅଭାବନୀୟ ଘଟଣା ଘଟିଥିଲା । ଜଣେ ନାବାଳିକାଙ୍କୁ ତିନି ଜଣ ଦୁର୍ବୃତ୍ତ ବାଇକ୍ ଉଠାଇ ଏକ ନିଛାଟିଆ ସ୍ଥାନକୁ ନେଇଥିଲେ । ପ୍ରଥମେ ନିଶା ଦେଇ ବେହୋସ କରିବା ପରେ କିରୋସିନ ଢାଳି ନାବାଳିକା ଦେହରେ ନିଆଁ ଲଗାଇ ଦେଇଥିଲେ । ଏହାପରେ ପୀଡ଼ିତାଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଥିଲା ।