ବିଜେପି କାର୍ଯ୍ୟାଳୟରେ ନବ ନିର୍ବାଚିତ ରାଜ୍ୟ ସଭାପତିଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ବିଜେପି କାର୍ଯ୍ୟାଳୟରେ ନବ ନିର୍ବାଚିତ ରାଜ୍ୟ ସଭାପତିଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଭୁବନେଶ୍ୱର, ୮/୭ : ଭୁବନେଶ୍ୱର ସ୍ଥିତ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ମାନନୀୟ ନବ ନିର୍ବାଚିତ ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ଭବ୍ୟ ସ୍ୱାଗତ, ସମ୍ବର୍ଦ୍ଧନା ଦିଆଯାଇଛି ।

ଆୟୋଜିତ ଏହି କାର୍ଯ୍ୟକ୍ରମରେ ମାନନୀୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମାନନୀୟ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ, ମାନନୀୟା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ମାନ୍ୟବର ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ଓଡ଼ିଶା ଦାୟିତ୍ୱରେ ଥିବା ରାଷ୍ଟ୍ରୀୟ ପର୍ଯ୍ୟବେକ୍ଷକ ଡଃ ସଞ୍ଜୟ ଜୟସ୍ୱାଲ, ରାଷ୍ଟ୍ରୀୟ ମୁଖପାତ୍ର ତଥା ରାଷ୍ଟ୍ରୀୟ ସହ ନିର୍ବାଚନ ଅଧିକାରୀ ଡଃ ସମ୍ବିତ ପାତ୍ର, ରାଜ୍ୟ ନିର୍ବାଚନ ଅଧିକାରୀ ପ୍ରତାପ ଷଡଙ୍ଗୀ, ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂହ ତୋମାର, ରାଷ୍ଟ୍ରୀୟ ଉପସଭାନେତ୍ରୀ ତଥା ରାଜ୍ୟ ସହପ୍ରଭାରୀ ସୁଶ୍ରୀ ଲତା ଉସେଣ୍ଡି, ସରକାରୀ ଦଳର ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ, ମାନ୍ୟବର ମନ୍ତ୍ରୀ ମଣ୍ଡଳର ସଦସ୍ୟ ଗଣ, ମାନ୍ୟବର ସାଂସଦ ଓ ବିଧାୟକ ଗଣ, ଦଳର ବରିଷ୍ଠ ନେତୃବୃନ୍ଦ ଓ କାର୍ଯ୍ୟକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ ।