ଭୁବନେଶ୍ବରରେ ଲୋକସଭା ବାଚସ୍ପତି ଓମ୍ ବିର୍ଲା

ଭୁବନେଶ୍ବରରେ ଲୋକସଭା ବାଚସ୍ପତି ଓମ୍ ବିର୍ଲା

ଭୁବନେଶ୍ବର,୨୯/୮ : ଭୁବନେଶ୍ବରରେ ଲୋକସଭା ବାଚସ୍ପତି ଓମ୍ ବିର୍ଲା। ଭୁବନେଶ୍ବର ବିମାନବନ୍ଦରରେ ତାଙ୍କୁ ବିଧାନସଭାର ବାଚସ୍ପତି ସୁରମା ପାଢ଼ୀ ଓ ଲୋକସଭା ସଦସ୍ୟା ଅପରାଜିତା ଷଡ଼ଙ୍ଗୀ ପ୍ରମୁଖ ସ୍ବାଗତ କରିଥିଲେ। ଲୋକସଭା ବାଚସ୍ପତି ଓମ୍ ବିର୍ଲା ୨୯ ଅଗଷ୍ଟ ୨୦୨୫ରେ ଭୁବନେଶ୍ୱରଠାରେ ସଂସଦ ଏବଂ ରାଜ୍ୟ ବିଧାନସଭାର ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ଉପରେ ଗଠିତ ସମିତିର ଅଧ୍ୟକ୍ଷମାନଙ୍କ ଜାତୀୟ ସମ୍ମିଳନୀକୁ ଉଦଘାଟନ କରିବେ। ଶ୍ରୀ ବିର୍ଲା ଏହି ଅବସରରେ ଏକ ପ୍ରଦର୍ଶନୀକୁ ଉଦଘାଟନ କରିବେ ଏବଂ ଏକ ସ୍ମରଣିକାକୁ ମଧ୍ୟ ଉନ୍ମୋଚନ କରିବେ।

ଜାତୀୟ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ, କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ ନାରାୟଣ ସିଂହ ଏବଂ ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ସଂସଦୀୟ ସମିତିର ଅଧ୍ୟକ୍ଷ ଡକ୍ଟର ଫଗନ ସିଂହ କୁଲସ୍ତେ ମଧ୍ୟ ଏହି କାର‌୍ୟ୍ୟକ୍ରମରେ ଯୋଗ ଦେବା ସହିତ ଉପସ୍ଥିତ ବିଶିଷ୍ଟ ବ୍ୟକ୍ତିବିଶେଷଙ୍କୁ ସମ୍ବୋଧିତ କରିବେ। ସଂସଦ ଏବଂ ରାଜ୍ୟ/କେନ୍ଦ୍ରଶାସିତ ପ୍ରଦେଶ ବିଧାନସଭାରେ ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ସମିତିର ଅଧ୍ୟକ୍ଷ ଓ ସଦସ୍ୟ, ଓଡ଼ିଶା ସରକାରଙ୍କ ମନ୍ତ୍ରୀ ଏବଂ ଓଡ଼ିଶା ବିଧାନସଭାର ସଦସ୍ୟମାନେ ଉଦଘାଟନୀ ସମାରୋହରେ ଯୋଗଦେବେ।