ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୁବନେଶ୍ୱର,୧୯/୫ : ଦୁଇ ଦିନିଆ ଓଡିଶା ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁବନେଶ୍ୱରରେ ପହଞ୍ଚିଛନ୍ତି । ବାୟୁସେନାର ସ୍ୱତନ୍ତ୍ର ବିମାନରେ ସେ ଆସି ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଅବତରଣ କରିଛନ୍ତି। ବିମାନ ବନ୍ଦରରେ ପହଞ୍ଚିବା ପରେ ମୋଦିଙ୍କୁ ଓଡ଼ିଶା ବିଜେପି ପକ୍ଷରୁ ଭବ୍ୟ ସ୍ୱାଗତ କରାଯାଇଛି । ପରେ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ସେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚିଛନ୍ତି ।
ରାଜ୍ୟ ବିଜେପି କାର୍ଯ୍ୟାଳୟରେଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେଉଛି । ଏହି ବୈଠକରେ ଯୋଗଦେଇଛନ୍ତି ମୋଦି । ଦଳୀୟ କର୍ମକର୍ତ୍ତାଙ୍କ ସହ ସମୀକ୍ଷା ବୈଠକରେ ଯୋଗଦେଇଛନ୍ତି। ଆସନ୍ତାକାଲି ସକାଳେ ପୁରୀରେ ମହାପ୍ରଭୁଙ୍କୁ ଦର୍ଶନ କରିବେ। ତା’ପରେ ଶ୍ରୀକ୍ଷେତ୍ରରେ ରୋଡ୍ ଶୋ’ କରି ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କ ପାଇଁ ଭୋଟ୍ ଭିକ୍ଷା କରିବେ। ପୁରୀରେ ରୋଡ୍ ଶୋ କରି ସେ ଅନୁଗୋଳ ଓ କଟକ ଯିବେ। ଉଭୟ ସ୍ଥାନରେ ହେବାକୁ ଥିବା ଜନସଭାକୁ ସେ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି।