ମାଡ଼ି ଆସୁଛି ବାତ୍ୟା ‘ମୋନ୍ଥା’, ଆଜି ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେବ
ଭୁବନେଶ୍ୱର,୨୬/୧୦ : ପାଖକୁ ପାଖ ମାଡ଼ି ମାଡ଼ି ଆସୁଛି ବାତ୍ୟା ‘ମୋନ୍ଥା’। ଆଜି ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେବ ବାତ୍ୟା ‘ମୋନ୍ଥା’। ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଅବପାତର ରୂପ ନେଇ ସାରିଛି ବାତ୍ୟା।
୨୭ ତାରିଖରେ ସାମୁଦ୍ରିକ ଝଡ଼ବାତ୍ୟାର ରୂପ ନେବ ‘ମୋନ୍ଥା’। ୨୮ ତାରିଖରେ ଭୀଷଣ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ବାତ୍ୟା ନେଇ ୩ ଦିନ ସମୁଦ୍ରରେ ଗାଧୋଇବାକୁ ବାରଣ କରାଯାଇଛି । ୨୭,୨୮ ଓ ୨୯ ତାରିଖରେ ସମୁଦ୍ର ସ୍ନାନ ଉପରେ କଟକଣା ଲଗାଯାଇଛି। ଏ ନେଇ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ପୁରୀ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ଅମାନିଆ ହୋଇ ସମୁଦ୍ରରେ ସ୍ନାନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତାବନୀ ଦିଆଯାଇଛି ।

Editor 


