ମିଶନ ଶକ୍ତି ସଚିବ ସୁଜାତା ଆର କାର୍ତ୍ତିକେୟନଙ୍କୁ ବଦଳି ପାଇଁ ନିର୍ଦେଶ ଦେଲେ ଭାରତୀୟ ନିର୍ବାଚନ ଆୟୋଗ

ମିଶନ ଶକ୍ତି ସଚିବ ସୁଜାତା ଆର କାର୍ତ୍ତିକେୟନଙ୍କୁ ବଦଳି ପାଇଁ ନିର୍ଦେଶ ଦେଲେ ଭାରତୀୟ ନିର୍ବାଚନ ଆୟୋଗ

ଭୁବନେଶ୍ବର, ୩/୫ : ଭାରତୀୟ ନିର୍ବାଚନ ଆୟୋଗ(ଇସିଆଇ) ପକ୍ଷରୁ ମିଶନ ଶକ୍ତି ସଚିବ ସୁଜାତା ଆର କାର୍ତ୍ତିକେୟନଙ୍କୁ ବଦଳି ନିର୍ଦେଶ ଦିଆଯାଇଥିବା ସୂଚନା ମିଳିଛି । ଭାରତୀୟ ଜନତା ପାର୍ଟି(ବିଜେପି)ର ଅଭିଯୋଗ ପରେ ତାଙ୍କୁ ବଦଳି ନିର୍ଦେଶ ଦିଆଯାଇଥିବା ଜଣାପଡିଛି। ମିଶନ ଶକ୍ତି ସଚିବ ସୁଜାତା ଆର କାର୍ତ୍ତିକେୟନଙ୍କୁ ବଦଳି ନିର୍ଦେଶ ହୋଇଥିବା ଖବର ସରବରାହ ସଂସ୍ଥା ଏଏନଆଇ ସୂତ୍ରରୁ ସୂଚନା ମିଳିଛି।

ବିଜେପି ଆଜି ରାଜ୍ୟ ନିର୍ବାଚନ ଆୟୋଗଙ୍କୁ ଭେଟି ମିଶନ ଶକ୍ତି ସଚିବ ସୁଜାତା ଆର କାର୍ତ୍ତିକେୟନଙ୍କ ବିରୁଦ୍ଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଥିଲା । ଭାରତୀୟ ନିର୍ବାଚନ ଆୟୋଗ ବିଳମ୍ବିତ ରାତିରେ ସୁଜାତା ଆର କାର୍ତ୍ତିକେୟନଙ୍କୁ ସର୍ବସାଧାରଣ ଲୋକଙ୍କ ସହ ଜଡ଼ିତ ନଥିବା ବିଭାଗକୁ ବଦଳି କରିବାକୁ ନିର୍ଦେଶ ଦେଇଥିବା ଜଣାପଡ଼ିଛି । ଓଡ଼ିଶା ସରକାରଙ୍କ ମିଶନ ଶକ୍ତି ବିଭାଗର କମିଶନର ତଥା ସଚିବ ପଦରୁ ସୁଜାତା ଆର କାର୍ତ୍ତିକେୟନଙ୍କୁ ତତ୍କାଳ ପ୍ରଭାବରୁ ହଟାଇ ଦେବାକୁ ଭାରତୀୟ ନିର୍ବାଚନ ଆୟୋଗ ନିର୍ଦେଶ ଦେଇଛନ୍ତି।