ମୁଁ ସମ୍ପୂର୍ଣ୍ଣ ସହଯୋଗ କରିବି : ଜଗନ୍ନାଥ ପ୍ରଧାନ

ମୁଁ ସମ୍ପୂର୍ଣ୍ଣ ସହଯୋଗ କରିବି : ଜଗନ୍ନାଥ ପ୍ରଧାନ

ଭୁବନେଶ୍ବର, ୨/୭ : ସୋମବାର ଦିନ ବିଏମ୍‌ସିର ଅତିରିକ୍ତ କମିସନରଙ୍କୁ ମାଡ଼ ଘଟଣା ନେଇ ଜଗନ୍ନାଥ ପ୍ରଧାନ ବିବାଦରେ ଫଶିଛନ୍ତି । ଏ ନେଇ ସେ ନିଜ ସୋସିଆଲ ମିଡ଼ିଆ ହ୍ୟାଣ୍ଡେଲରେ ଲେଖିଛନ୍ତି କି , ରାଜ୍ୟରେ ଦୁଇ ଦିନ ହେବ ବିଏମସି ଘଟଣାରେ ବିରୋଧୀ ଦଳ ଏକ ରାଜନୈତିକ ରୁଟି ସେକିବା ପାଇଁ ପ୍ରୟାସ କରୁଛି । ମୁଁ ଆଗରୁ କହିଛି, ଏବେ ବି କହୁଛି, ଏହି ଘଟଣା ଦୁଃଖଦାୟକ ଓ ନିନ୍ଦନୀୟ । ଏହାକୁ ମୁଁ କଡ଼ା ଶବ୍ଦରେ ନିନ୍ଦା କରୁଛି । 

ରାଜ୍ୟରେ ପ୍ରଶାସନିକ ଅଚଳାବସ୍ଥା ଆଡକୁ ଗତି କରୁଥିବା ବେଳେ ଆଇନଶୃଙ୍ଖଳା ପରିସ୍ଥିତି ଉପୁଜିବାକୁ ଯାଉଛି । ଏସବୁକୁ ଦୃଷ୍ଟିରେ ରଖି ରାଜ୍ୟ ଏବଂ ଆମ ସରକାରର ହିତ ପାଇଁ ମୁଁ ଆଇନକୁ ସମ୍ମାନ ଦେଉଛି । ଆଇନ ଅନୁସାରେ ଯାହା କାର୍ଯ୍ୟାନୁଷ୍ଠାନ ନିଆଯିବ, ସେଥିରେ ମୁଁ ସମ୍ପୂର୍ଣ୍ଣ ସହଯୋଗ କରିବି ।

ସୂଚନାଯୋଗ୍ୟ, ଗତ ସୋମବାର ଦିନ ବିଏମ୍‌ସିର ଅତିରିକ୍ତ କମିସନରଙ୍କୁ ମାଡ଼ ଘଟଣା ନେଇ ଜଗନ୍ନାଥ ପ୍ରଧାନ ବିବାଦରେ ଫଶିଛନ୍ତି। ଏହି ଘଟଣା ପରେ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ସଂଘ ଜଗନ୍ନାଥ ପ୍ରଧାନଙ୍କ ଗିରଫ ଦାବିରେ ଆନ୍ଦୋଳନକୁ ଓହ୍ଲାଇଛି। ରାଜ୍ୟର ପ୍ରାୟ ୧୭ଟି ଜିଲ୍ଲାରେ ଓଏଏସ୍‌ ଅଧିକାରୀମାନେ କଲମ ଛାଡ଼ ଆନ୍ଦୋଳନ ଜାରି ରଖିଛନ୍ତି।