ରୂପା ରୋଶନ ସାହୁ ହେଲେ ରାଜ୍ୟପାଳଙ୍କ ସଚିବ

ରୂପା ରୋଶନ ସାହୁ ହେଲେ ରାଜ୍ୟପାଳଙ୍କ ସଚିବ

ଭୁବନେଶ୍ୱର,୨୩/୭ : ଭାରତୀୟ ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ରୂପା ରୋଶନ ସାହୁ ରାଜ୍ୟପାଳଙ୍କ କମିଶନର-ତଥା-ଶାସନ ସଚିବ ଭାବେ ଆଜି କାର୍ଯ୍ୟରେ ଯୋଗଦାନ କରିଛନ୍ତି । ଏହା ପୂର୍ବରୁ ସେ ଦକ୍ଷିଣାଂଚଳ ରାଜସ୍ୱ କମିଶନର ଭାବେ ଅବସ୍ଥିତ ଥିଲେ ।

୨୦୦୬ ମସିହା ଆଇ.ଏ.ଏସ୍‌. କ୍ୟାଡର ଅଧିକାରୀ ଶ୍ରୀମତୀ ସାହୁ ପ୍ରଶାସନିକ ସେବା ଜୀବନର ଆରମ୍ଭରୁ ବିଭିନ୍ନ ପଦପଦବୀରେ ଅବସ୍ଥିତ ହୋଇ ଦକ୍ଷତାର ସହ ଦାୟିତ୍ୱ ନିର୍ବାହ କରିଛନ୍ତି ।