ସନ୍ଧ୍ୟା ସୁଦ୍ଧା ତିନି ରଥ ସିଂହଦ୍ୱାର ସମ୍ମୁଖରେ ପହଞ୍ଚିବା ସମ୍ଭାବନା

ସନ୍ଧ୍ୟା ସୁଦ୍ଧା ତିନି ରଥ ସିଂହଦ୍ୱାର ସମ୍ମୁଖରେ ପହଞ୍ଚିବା ସମ୍ଭାବନା

ପୁରୀ, ୫/୭ : ଧାର୍ଯ୍ୟ ସମୟର ଏକ ଘଣ୍ଟା ପୂର୍ବରୁ ଆରମ୍ଭ ହେଲା ରଥଟଣା । ଗଡିଲା ବଡ ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ । ବଡଦାଣ୍ଡରେ ଏକାଠି ହୋଇଛନ୍ତି ଭକ୍ତ ଓ ଭଗବାନ ।

ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦୀରୁ ରତ୍ନବେଦୀକୁ ଯିବେ ମହାପ୍ରଭୁ। ତେବେ ସନ୍ଧ୍ୟା ସୁଦ୍ଧା ତିନିରଥ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ପହଞ୍ଚିବା ସମ୍ଭାବନା ରହିଛି। ପୁରୀରେ ଶ୍ରଦ୍ଧାଳୁଙ୍କ ପ୍ରବଳ ସମାଗମ ଦେଖିବାକୁ ମିଳିଛି।