ସମ୍ବଲପୁରରେ ୭୮ତମ ଜିଲ୍ଲା ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ

ସମ୍ବଲପୁର ପ୍ରତିନିଧି(ଅଭ୍ୟର୍ଥନା ରଣା) , ୧୫/୮ : ଆଜି ସମ୍ବଲପୁର ସହର କଚେରୀ ଛକରୁ ଜେଲ ଛକ ସଂଲଗ୍ନ ରାସ୍ତାରେ ୭୮ତମ ଜିଲ୍ଲା ସ୍ତରୀୟ ସ୍ୱାଧୀନତା ଦିବସ ହର୍ଷ ଓ ଉଲ୍ଲାସର ସହ ପାଳିତ ହୋଇଯାଇଛି l ସମ୍ବଲପୁର ଜିଲ୍ଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ l
ପରେଡ ଅଭିବାଦନ ଗ୍ରହଣ କରିବା ପରେ ଜିଲ୍ଲାପାଳ ନିଜର ଅଭିଭାଷଣରେ ସ୍ୱାଧୀନତା ସଂଗ୍ରାମରେ ଜୀବନର ବଳିଦାନ ଦେଇଥିବା ସ୍ୱାଧୀନତା ସଂଗ୍ରାମୀମାନଙ୍କ ସ୍ମୃତିଚାରଣ କରିଥିଲେ ଓ ଆଜିର ଯୁବପିଢୀଙ୍କୁ ଦେଶର ପ୍ରଗତିରେ ଭାଗିଦାର ହେବାକୁ ଆହ୍ୱାନ ଦେଇଥିଲେ l ଆଜିର ଏହି କାର୍ଯ୍ୟକ୍ରମରେ ୪୦ଟି ଦଳ ପରେଡରେ ସାମିଲ ହୋଇଥିଲେ l ସ୍ୱାଧୀନତା ଦିବସ ପାଳନ ଅବସରରେ ସ୍କୁଲ ଛାତ୍ରଛାତ୍ରୀମାନଙ୍କୁ ନେଇ ଆୟୋଜିତ ବିଭିନ୍ନ ପ୍ରତିଯୋଗୀତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା l ଏହାସହ ସ୍କୁଲ ଛାତ୍ରଛାତ୍ରୀମାନେ ଏହି ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ l