ସୁନ୍ଦରଗଡ଼ଠାରେ ତ୍ରିରଙ୍ଗା କନସର୍ଟ କାର୍ଯ୍ୟକ୍ରମ ଅନୁଷ୍ଠିତ

ସୁନ୍ଦରଗଡ଼, ୧୬/୮ : ସୁନ୍ଦରଗଡ଼ଠାରେ ହର ଘର ତିରଙ୍ଗା ବା ଘରେ ଘରେ ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନ୍ତର୍ଗତ " ତିରଙ୍ଗା କନସର୍ଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଜିଲ୍ଲା ସଂସ୍କୃତି ଭବନଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଦ୍ୟାଳୟ ତଥା ମହାବିଦ୍ୟାଳୟ ଏବଂ ବିଭିନ୍ନ ଅନୁଷ୍ଠାନର ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା । କାର୍ଯ୍ୟକ୍ରମରେ ବିଶେଷ କରି ଦେଶାତ୍ମବୋଧକ ନୃତ୍ୟ ଓ ଗୀତ ତଥା ଲୋକନୃତ୍ୟ ପରିବେଷଣ କରାଯାଇଥିଲା । ଏଥିରେ ଜିଲ୍ଲାପାଳ ମନୋଜ ମହାଜନ, ଅତିରିକ୍ତ ଜିଲ୍ଲାପାଳ ରବି ନାରାୟଣ ସାହୁ ଏବଂ ଅଭିମନ୍ୟୁ ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଦୁଃଖବନ୍ଧୁ ମାଝୀ, ସଦର ଉପଜିଲ୍ଲାପାଳ ଦାଶରଥି ସରାବୁ, ଜିଲ୍ଲା ଶିକ୍ଷା ଅଧିକାରୀ ଅମୂଲ୍ୟ ପ୍ରଧାନ, ଜିଲ୍ଲା ମଙ୍ଗଳ ଅଧିକାରୀ ପବିତ୍ର ମୋହନ ପ୍ରଧାନ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ନନ୍ଦିନୀ ମୁଣ୍ଡାରୀ, ଜିଲ୍ଲା କ୍ରୀଡ଼ା ସଂଘର ସମ୍ପାଦକ ପ୍ରଭାତ ଭୋଳ ପ୍ରମୁଖ ଉପସ୍ଥିତ ଥିଲେ।
ଏହି କାର୍ଯ୍ୟକ୍ରମକୁ ଗୋପାକୃଷ୍ଣ ନାୟକ ପରିଚାଳନା କରିଥିଲେ । ଏହି ଅବସରରେ ଛାତ୍ରଛାତ୍ରୀମାନେ ହର ଘର ତ୍ରିରଙ୍ଗା ସେଲ୍ଫି ର ମଜା ନେଇଥିଲେ ଏବଂ କାନଭାସରେ ହର ଘର ତ୍ରିରଙ୍ଗା, ଜୟ ହିନ୍ଦ୍ ଆଦି ମେସେଜ ଲେଖିଥିଲେ। ଏହି ଅବସରରେ ଓଡ଼ିଶା ମିଲ୍ଲେଟ ମିଶନ ପକ୍ଷରୁ ଏକ ଫୁଡ୍ ଫେଷ୍ଟିଭାଲ ମଧ୍ୟ ଆୟୋଜିତ ହୋଇଥିଲା। ଯେଉଁଥିରେ କି ମାଣ୍ଡିଆରେ ପ୍ରସ୍ତୁତ ବିଭିନ୍ନ ବ୍ୟଞ୍ଜନ ପ୍ରସ୍ତୁତ ହୋଇଥିଲା ଏବଂ ଅଂଶଗ୍ରହଣକାରୀମାନଙ୍କୁ ସେହି ସ୍ଵାଦିଷ୍ଟ ବ୍ୟଞ୍ଜନ ଆଦି ପରଷା ଯାଇଥିଲା ।