ସୁଭଦ୍ରା ଯୋଜନାର SOP ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ସୁଭଦ୍ରା ଯୋଜନାର SOP ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୨୩/୮ : : ସୁଭଦ୍ରା ଯୋଜନାର ନିୟମାବଳୀ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୁଭଦ୍ରା ଯୋଜନାର ନିୟମାବଳୀକୁ କ୍ୟାବିନେଟର ଅନୁମୋଦନ ନେଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ରାଜ୍ୟ ସରକାରଙ୍କ ଏହି ଯୋଜନାରୁ ୨୧ ବର୍ଷରୁ ଊର୍ଦ୍ଧ୍ବ ଓ ୬୦ ବର୍ଷରୁ କମ୍ ବୟସର ମହିଳାମାନେ ଲାଭ ପାଇପାରିବେ। ପ୍ରତିବର୍ଷ ରାକ୍ଷୀପୂର୍ଣ୍ଣିମା ଓ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ମହିଳାଙ୍କୁ ଟଙ୍କା ଦିଆଯିବ। ସୁଭଦ୍ରା ଯୋଜନା ପାଇଁ ହିତାଧ୍ୟାକାରୀଙ୍କୁ ଡେବିଟ୍ କାର୍ଡ ପ୍ରଦାନ କରାଯିବ ବୋଲି ସୂଚନା ମିଳିଛି।

ସୁଭଦ୍ରା ଯୋଜନା ପାଇଁ ରାଜ୍ୟ ସରକାର ମୋଟ ୫୫ ହଜାର ୮୨୫ କୋଟି ଟଙ୍କା ବଜେଟରେ ବ୍ୟୟବରାଦ କରିଛନ୍ତି। ଏହି ଯୋଜନାରେ ରାଜ୍ୟର ୧ କୋଟି ମହିଳା ଲାଭ ପାଇବେ। ପ୍ରତିଥର ସେମାନଙ୍କୁ ୫ ହଜାର ଲେଖାଏଁ ଟଙ୍କା ଦିଆଯିବ। ତେଣୁ ପାଞ୍ଚ ବର୍ଷରେ ଜଣେ ଯୋଗ୍ୟ ହିତାଧିକାରୀ ମୋଟ ୫୦ ହଜାର ଟଙ୍କା ପାଇବେ। 

ସେହିଭଳି ସୁଭଦ୍ରା ଯୋଜନାରେ ଡିଜିଟାଲ କାରବାରକୁ ପ୍ରୋତ୍ସାହିତ କରିବା ପାଇଁ ରାଜ୍ୟର ପ୍ରତ୍ୟେକ ଗ୍ରାମପଞ୍ଚାୟତ ଏବଂ ସହରାଞ୍ଚଳରେ ସର୍ବାଧିଜକ ପରିମାଣର କାରବାର କରିଥିବା ୧୦୦ ଜଣ ହିତାଧିକାରୀଙ୍କୁ ଚିହ୍ନଟ କରାଯାଇ ଅତିରିକ୍ତ ୫ ଶହ ଟଙ୍କାର ପ୍ରୋତ୍ସାହନ ରାଶି ରୂପେ ପ୍ରଦାନ କରାଯିବ।