ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ମୋନ୍ଥା’

ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ମୋନ୍ଥା’

ଭୁବନେଶ୍ୱର,୨୮/୧୦ : ଭୀଷଣ ବାତ୍ୟାର ରୂପ ଧରି ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଛି ବାତ୍ୟା। ସଂଧ୍ୟା ୬ଟାରୁ ରାତି ୧୧ଟା ମଧ୍ୟରେ ବାତ୍ୟା ମୋନ୍ଥା ଲ୍ୟାଣ୍ଡଫଲ କରିବ ବୋଲି ପାଣିପାଗ ବିଭାଗ କରିଛି ବଡ଼ ଆକଳନ।। କିଛି ଅନ୍ତର୍ଜାତୀୟ ମଡେଲର ଆକଳନ କହୁଛି ପ୍ରାୟ ରାତି ୮ଟା ବେଳେ ସ୍ଥଳଭାଗରେ ଭୟଙ୍କର ରୂପ ନେବ ବାତ୍ୟା ମୋନ୍ଥା।

ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ସୃଷ୍ଟି ସୁଦୃଶ ଲଘୁଚାପ ଶନିବାର ପୂର୍ବାହ୍‌ଣରେ ଅବପାତର ରୂପ ନେଇଥିଲା। ଅକ୍ଟୋବର ୨୭ ତାରିଖରେ ଏହା ବାତ୍ୟାର ରୂପ ନେଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ  ପକ୍ଷରୁ ପୂର୍ବାନୁମାନ କରାଯାଇଥିଲା ଯେ, ସମ୍ଭାବ୍ୟ ବାତ୍ୟା ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ଅଗ୍ରସର ହେଉଛି। ଏହା କେଉଁ ଅଞ୍ଚଳରେ ଲ୍ୟାଣ୍ଡଫ୍‌ଲ କରିବ ସେନେଇ କୁହାଯାଇ ନାହିଁ। କିନ୍ତୁ ବାତ୍ୟାର ପ୍ରଭାବରେ ଆନ୍ଧ୍ରପ୍ରଦେଶ, ତାମିଲନାଡୁ ଏବଂ ଓଡ଼ିଶାର ‌ଅନେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।