ହସ୍ପିଟାଲରେ ଅଭିନେତା ଉତ୍ତମ ମହାନ୍ତିଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ହସ୍ପିଟାଲରେ ଅଭିନେତା ଉତ୍ତମ ମହାନ୍ତିଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ, ୧୦/୨ :  ଲିଉଡ଼ର ବର୍ଷିୟାନ ଅଭିନେତା ଉତ୍ତମ ମହାନ୍ତିଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଉତ୍ତମଙ୍କ ଚିକିତ୍ସା ସମ୍ପର୍କରେ ଡାକ୍ତରଙ୍କ ପାଖରୁ ବୁଝିଛନ୍ତି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ। ଏଥିସହ ଉତ୍ତମ ମହାନ୍ତିଙ୍କ ପୁଅ ଅଭିନେତା ବାବୁସାନଙ୍କ ସହ କଥା ହୋଇଛନ୍ତି ଧର୍ମେନ୍ଦ୍ର।

ଚିକିତ୍ସା ପାଇଁ ଯାହା ଆବଶ୍ୟକ ସମସ୍ତ ପ୍ରକାର ସୁବିଧା ଯୋଗାଇ ଦିଆଯିବ ବୋଲି କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ସେପଟେ ଉତ୍ତମଙ୍କ ସ୍ବାସ୍ଥ୍ୟାବସ୍ଥାରେ ଧୀରେ ଧୀରେ ସୁଧାର ଆସୁଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଉପରେ ୨୪ ଘଣ୍ଟିଆ ସ୍ବତନ୍ତ୍ର ନଜର ରଖିଛନ୍ତି ଡାକ୍ତରୀ ଟିମ୍‌। କେବଳ ସେତିକି ନୁହେଁ, ଉତ୍ତମଙ୍କୁ ଚିକିତ୍ସା ପାଇଁ ଏକ ସ୍ବତନ୍ତ୍ର ଡାକ୍ତରୀ ଟିମ୍‌ ଗଠନ କରାଯାଇଛି

ପ୍ରକାଶ ଯେ, ଲିଭର ସିରୋସିସ ରୋଗରେ ଆକ୍ରାନ୍ତ ହୋଇଥିବା ଅଭିନେତା ଉତ୍ତମ ମହାନ୍ତିଙ୍କ ଉନ୍ନତ ଚିକିତ୍ସା ପାଇଁ ଭୁବନେଶ୍ବରରୁ ଗୁରୁଗ୍ରାମକୁ ଏୟାରଲିଫ୍ଟ କରାଯାଇଥିଲା।