୨୦୨୫-୨୬ ଆର୍ଥିକ ବର୍ଷ ଅତିରିକ୍ତ ବଜେଟ୍ ଆଗତ ; ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ଗୋପାଳନ ପାଇଁ ୯୧କୋଟି ବ୍ୟୟବରାଦ
ଭୁବନେଶ୍ବର,୨୮/୧୧ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ଶୁକ୍ରବାର ୨୦୨୫-୨୬ ଆର୍ଥିକ ବର୍ଷର ଅତିରିକ୍ତ ବଜେଟ୍ ଉପସ୍ଥାପନ କରିଛନ୍ତି । ମୋଟ ୧୭,୪୪୦କୋଟି ଟଙ୍କାର ଅତିରିକ୍ତ ବ୍ୟୟବରାଦ ବିଧାନସଭାର ଅନୁମୋଦନ ପାଇଁ ଉପସ୍ଥାପନ କରାଯାଇଛି । ପ୍ରଶାସନିକ ବ୍ୟୟ କ୍ଷେତ୍ରରେ ୩,୩୮୯, କାର୍ଯ୍ୟକ୍ରମ ବ୍ୟୟ ୧୩,୭୧୬, ବିପର୍ଯ୍ୟୟ ପ୍ରଶମନ ପାଣ୍ଠି ୧୭୧, ରାଜ୍ୟ ବଜେଟରୁ ସ୍ଥାନାନ୍ତର ୧୬୪ ମୋଟ୍ ୧୭,୪୪୦କୋଟି ଟଙ୍କାର ଅତିରିକ୍ତ ବ୍ୟୟବରାଦ ବିଧାନସଭାର ଅନୁମୋଦନ ପାଇଁ ଉପସ୍ଥାପନ କରାଯାଇଛି ।
କୃଷକ କଲ୍ୟାଣ ଓ ଖାଦ୍ୟ ନିରାପତ୍ତା :
- ସାଧାରଣ ବଣ୍ଟନ ବ୍ୟବସ୍ଥା ଅଧୀନରେ ଧାନ କ୍ରୟ ପାଇଁ ରିଭଲଭିଂ ପାଣ୍ଠି ପାଇଁ ୩୦୦୦ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି ।
- ସାଧାରଣ ବଣ୍ଟନ ବ୍ୟବସ୍ଥାରେ ରିହାତି ପାଇଁ ୧୩୨୫ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି ।
- ସମୃଦ୍ଧ କୃଷକ ଯୋଜନା ଅଧୀନରେ ଚାଷୀମାନଙ୍କୁ ସର୍ବନିମ୍ନ ସହାୟକ ମୂଲ୍ୟ ଏବଂ ଇନପୁଟ୍ ସହାୟତା ପାଇଁ ୮୫୦ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି ।
- ପ୍ରାଣୀ ସମ୍ପଦ ସମୃଦ୍ଧି ଯୋଜନା କୁକୁଡ଼ା ପାଳନ ବିକାଶ ପାଇଁ ୧୩୭ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ।
- ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ଗୋପାଳନ ପାଇଁ ୯୧ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ।
- ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା ପାଇଁ ୧୧୭କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ।
- ଜଳ ନିଅଣ୍ଟ ଥିବା ଅଞ୍ଚଳରେ ଭୂତଳ ଜଳର ସହନୀୟ ଉତ୍ତୋଳନ ପାଇଁ ୧୦୦ କୋଟି ଟଙ୍କାର ବ୍ୟବସ୍ଥା ।
- ଚାଷୀଙ୍କୁ ଋଣ ସୁଧ ଛାଡ଼ ପାଇଁ ସମବାୟ ବ୍ୟାଙ୍କ/ପ୍ୟାକ୍ସ ପାଇଁ ୩୦୦କୋଟି ଟଙ୍କା ଏବଂ ସମବାୟ ସଂସ୍ଥାଗୁଡ଼ିକର ଭିତ୍ତିଭୂମି ବିକାଶ ପାଇଁ ୯୬କୋଟି ଟଙ୍କାର ବ୍ୟୟବରାଦ ।

Editor 


