୨୫ରେ ଓଡ଼ିଶା ଆସିବେ ଅମିତ ଶାହ

ଭୁବନେଶ୍ବର, ୨୨/୪ : ଆସନ୍ତା ୨୫ତାରିଖରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓଡ଼ିଶା ଗସ୍ତରେ ଆସିବେ। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ଉପ ସଭାପତି ଗୋଲକ ମହାପାତ୍ର । କେନ୍ଦ୍ରମନ୍ତ୍ରୀ ଶାହ ଏଠାରେ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ଆସିବେ । ୨୫ତାରିଖରେ ସେ ସୋନପୁର ଗସ୍ତ କରିବେ । ସେଠାରେ ସେ ଏକ ନିର୍ବାଚନୀ ସଭାରେ ଯୋଗଦେଇ ଦଳୀୟ କର୍ମୀମାନଙ୍କୁ ସମ୍ବୋଧନ କରିବେ । ସେଠାରେ କାର୍ଯ୍ୟ ସରିବା ପରେ ଶାହ ଭୁବନେଶ୍ବର ଆସି ରାତ୍ରି ରହଣୀ କରିବେ ।
ଏହି ଅବସରରେ ସେ ଏଠାରେ ଦଳର ଅନ୍ୟ କର୍ମକର୍ତ୍ତାମାନଙ୍କ ସହିତ ନିର୍ବାଚନୀ ରଣନୀତି ସମ୍ପର୍କରେ ଆଲୋଚନା କରିବେ ବୋଲି ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।