୬ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

୬ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୁବନେଶ୍ଵର, ୧/୫ : ଆସନ୍ତା ୬ ତାରିଖରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସକାଳ ୧୦ଟାରେ ବ୍ରହ୍ମପୁରରେ ଜନସଭାକୁ ସମ୍ବୋଧନ କରିବେ। ଅପରାହ୍ନ ୧୨ଟା ୩୦ରେ ନବରଙ୍ଗପୁରରେ ଜନସଭା କରିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର , ନେଇ ସୂଚନା ଦେଇଛନ୍ତି। ସେହିପରି ମେ ୪ ତାରିଖରେ କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କର ଓଡିଶା ଆସିବେ ।

ସେ ଦିନ ସେ ବିଜେପି କାର୍ଯ୍ୟାଳୟରେ ବରି​‌ଷ୍ଠ ନେତୃବୃନ୍ଦଙ୍କ ସହିତ ଆଲୋଚନା ପରେ ସନ୍ଧ୍ୟାରେ ଏକ ଘରୋଇ ହୋଟେଲରେ ବୁଦ୍ଧିଜୀବୀ ସମ୍ମିଳନୀରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।